ଓଡ଼ିଶାଦୁର୍ଘଟଣାମୁଖ୍ୟ ଖବର

ଏସ୍‌ସିବି ମେଡିକାଲରେ ଅଗ୍ନିକାଣ୍ଡ: ୧୦ ରୋଗୀଙ୍କ ମୃତ୍ୟୁ, ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା

କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରମା କେୟାର ଆଇସିୟୁରେ ଆଜି ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଘଟଣା ସମୟରେ ଟ୍ରମା କେୟାର ଆଇସିୟୁରେ ପ୍ରାୟ ୨୩ ଜଣ ରୋଗୀ ଚିକିତ୍ସାଧୀନ ଥିବା ଜଣାପଡ଼ିଛି।

ପ୍ରାଥମିକ ସୂଚନା ଅନୁଯାୟୀ ବିଦ୍ୟୁତ ସର୍ଟ ସର୍କିଟ୍‌ରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି। ଅଗ୍ନିକାଣ୍ଡ ପରେ ଆଇସିୟୁରେ ଆତଙ୍କ ଓ ଅସ୍ଥିରତା ସୃଷ୍ଟି ହୋଇଥିଲା। ଦମକଳ ବାହିନୀର ଏକାଧିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଚଳାଇଥିଲେ। ଗୁରୁତର ରୋଗୀମାନଙ୍କୁ ତୁରନ୍ତ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି।

ଘଟଣା ସମ୍ବନ୍ଧରେ ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଥିଲେ ଏବଂ ସ୍ୱାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଥିଲେ। ପରେ ସେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଥିଲେ।

ଏହି ହୃଦୟବିଦାରକ ଘଟଣା ପରେ ମୁଖ୍ୟମନ୍ତ୍ରୀ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜାଣିବା ପାଇଁ ବିଚାର ବିଭାଗୀୟ ତଦନ୍ତର ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ତଦନ୍ତ ରିପୋର୍ଟ ଆସିବା ପରେ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

Show More

Related Articles

Back to top button