Breaking PLUSଓଡ଼ିଶାମୁଖ୍ୟ ଖବର

୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି -ଆସନ ସଂରକ୍ଷଣ ପାଇଁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି

ଭୁବନେଶ୍ୱର, ଏପ୍ରିଲ 10 – ୨୦୨୭ ରେ ହେବ ପଂଚାୟତ ନିର୍ବାଚନ । ପଂଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ଚିଠି କରିଛି । ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପ୍ରିଲ 2026 ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ 24 ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି 29 ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନକୁ ଜଣାଇବେ । ସେହିପରି ଜିଲ୍ଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ 27 ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି 29 ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ 30 ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନକୁ ଜଣାଇବେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ 13 ରେ ଚିଠା ବିଜ୍ଞପ୍ତି ଏବଂ 29 ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ସଂରକ୍ଷଣ 50 ପ୍ରତିଶତ ଭିତରେ ରହିବ, ପଛୁଆ ବର୍ଗଙ୍କ ପାଇଁ 27 ପ୍ରତିଶତ ଯାଏଁ ସଂରକ୍ଷଣ ରହିବ । ମହିଳାଙ୍କ ପାଇଁ ସଂରକ୍ଷଣ ରହିବ 50 ପ୍ରତିଶତ ସିଟ ।

Show More

Related Articles

Back to top button