Breaking PLUSଓଡ଼ିଶାମୁଖ୍ୟ ଖବର
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର – ରାଷ୍ଟ୍ରପତି ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଏନେଇ ଡିସିପି ଜଗମୋହନ ମିନା ସୂଚନା ଦେଇଛନ୍ତି । ଭୁବନେଶ୍ୱର ରାଜଭଵନରେ ରହିବେ ରାଷ୍ଟ୍ରପତି । ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ । ମୋଟ 3 ଜଣ ଡିସିପି, 24 ଏସିପି, 28 ଆଇଆଇସି, 12 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ଆସନ୍ତା କାଲି 1:30ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ ରାଷ୍ଟ୍ରପତି ।