Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ସୋନପୁରରୁ ରାଜ୍ୟ ସରକାରଙ୍କୁ ଶାହଙ୍କ ନିଶାନା

ସୋନପୁର- ସୋନପୁରରୁ ରାଜ୍ୟ ସରକାରଙ୍କୁ ଶାହଙ୍କ ନିଶାନା । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିଛନ୍ତି ଶାହା। ଓଡ଼ିଶାରେ ୨୦ ଲୋକ ସଭା ସିଟ୍‌ ଜିତିବା କି ନାହିଁ ସେ ଲୋକଙ୍କୁ ପଚାରିଛନ୍ତି। ଏଥିସହ ଓଡ଼ିଶାରେ ପ୍ରଥମ ଥର ଭାଜପା ସରକାର ବନେଇବା କି ନାହିଁ ବୋଲି କହିଛନ୍ତି। ଶାହା କହିଛନ୍ତି ଓଡ଼ିଶାକୁ ପ୍ରଥମ ଥର ମୁଁ ନିର୍ବାଚନ ପ୍ରଚାର ପାଇଁ ଆସିଛି।

ସାରା ଦେଶରେ ଯୁଆଡ଼େ ଯାଇଛି ସବୁଠି ମୋଦି ନାରା। ଆଜି ଓଡ଼ିଶାରେ ବି ପୂରା ମାହୋଲ ମୋଦି ମୟ ରହିଛି। ଓଡ଼ିଶା ଲୋକ ବି ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବେ। ଓଡ଼ିଶାର ଭାଷା, ସଂସ୍କୃତି ଗୌରବ ପାଇଁ ଭାଜପା ସରକାର ବନିବା ଦରକାର। ଏଠାକାର ସରକାର ଓଡ଼ିଶାକୁ ବିକାଶରୁ ଦୂରରେ ରଖିଛନ୍ତି। ଅଫିସରଙ୍କ ମାଧ୍ୟମରେ ଭୟଙ୍କର ଭ୍ରଷ୍ଟାଚାର କରିଛନ୍ତି ଏଠାର ସରକାର। ସବୁଠାରୁ ଅଧିକ ପ୍ରାକୃତିକ ସଂପଦ ଓଡ଼ିଶାରେ ରହିଛି। ସବୁଥାଇ ବି ଓଡ଼ିଶା ସମୃଦ୍ଧିଠାରୁ ଦୂରରେ ରହିଛି।

Show More

Related Articles

Back to top button