Breaking PLUSଓଡ଼ିଶାମୁଖ୍ୟ ଖବର
ସୁଜାତାଙ୍କ ସ୍ଥାନରେ ଶାଲିନୀ ପଣ୍ଡିତଙ୍କୁ ମିଶନ ଶକ୍ତି ସଚିବ ଦାୟିତ୍ୱ
ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ପଦରୁ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ଏହାସହିତ ଅତିରିକ୍ତ ଦାୟିତ୍ବରେ ଥିବା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ସଚିବ ପଦରୁ ହଟାଇ ଦିଆଯାଇଛି। ସୁଜାତାଙ୍କ ସ୍ଥାନରେ ଶାଲିନୀ ପଣ୍ଡିତ ହେଲେ ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ। ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ସହ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ସଚିବ ଶାଲିନୀ ପଣ୍ଡିତଙ୍କୁ ଉପରୋକ୍ତ ଅତିରିକ୍ତ ଦାୟିତ୍ବ ତୁଲାଇବା ପାଇଁ ସରକାର ଅନୁମତି ଦେଇଛନ୍ତି। ଏ ସଂକ୍ରାନ୍ତରେ ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।