ମୟୂରଭଞ୍ଜ: ଆଜିଠୁ ୪ମାସ ପର୍ଯ୍ୟନ୍ତ ବନ୍ଦ୍ ରହିବ ଶିମିଳିପାଳ ଅଭୟାରଣ୍ୟ । ବର୍ଷା ଦିନ ଆରମ୍ଭ ହେଉଥିବାରୁ ଶିମିଳିପାଳ ଅଭୟାରଣ୍ୟ ଭିତର ମାଟିରାସ୍ତା ଓ ପୋଲ ବିପଦପୂର୍ଣ୍ଣ ହେବ । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି ।
ଏଣୁ ପ୍ରତିବର୍ଷ ମୌସୁମୀ ଆଗମନ ପୂର୍ବରୁ ଶିମିଳିପାଳକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥାଏ । ବର୍ଷା କମିବା ପରେ ଆଭ୍ୟନ୍ତରୀଣ ରାସ୍ତା ଓ ପୋଲର ମରାମତି କରାଯାଇଥାଏ । ଏହାପରେ ଶୀତ ଆଗମନ ହେଲେ ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଥାଏ ଶିମିଳିପାଳ ।