Breaking PLUSଓଡ଼ିଶାମୁଖ୍ୟ ଖବର
ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ

ଭୁବନେଶ୍ୱର- ଶିଖରଚଣ୍ଡୀ ପାହଡ଼ରେ ୨ ଦନ୍ତା ହାତୀ ବୁଲିବା ଘଟଣା । ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗର ପଦକ୍ଷେପ ନିଆଯାଇଛି । ମନ୍ଦିର ପ୍ରବେଶ ଗେଟ୍ରେ ତାଲା ପକାଇଲା ବନ ବିଭାଗ । ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀରେ ହେଉଥିଲା ପର୍ଯ୍ୟଟକଙ୍କ ଭିଡ଼ ।ଲୋକଙ୍କ ସୁରକ୍ଷା ନେଇ ଇନ୍ଫୋସିଟି ଥାନାକୁ ଅବଗତ କଲା ବନ ବିଭାଗ । ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ବୁଲୁଛନ୍ତି ହାତୀ ।



