Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟ କ୍ୟାବିନେଟରେ 19ଟି ପ୍ରସ୍ତାବ ଉପରେ ମୋହର

ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରୀ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ବାଜିଛି ମୋହର । ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନାକୁ ବୈଠକରେ ମଞ୍ଜୁରୀ ମିଳିଛି । ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ ଯୁବକ ଯୁବତୀଙ୍କୁ କରାଯିବ ଦକ୍ଷ । ଏଥିପାଇଁ ଖର୍ଚ୍ଚ ହେବ ୩୮୫ କୋଟି ଟଙ୍କା । ଉନ୍ନତ ମାନର ପ୍ରଶିକ୍ଷଣ, ଶିଳ୍ପ ସଂଯୋଗକୁ ପ୍ରୋତ୍ସାହିତ , ନିଯୁକ୍ତି ଦକ୍ଷତା କ୍ଷେତ୍ରରେ ଏହା ସହାୟକ ହେବ ।
ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଆଡ ଅନ ସ୍କିଲ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷା ଯୁବକ ଯୁବତୀମାନଙ୍କ ପାଇଁ ଡିଜିଟାଲ ଇ ପାଠ୍ୟକ୍ରମ ରଖାଯିବ । ରାଜ୍ୟର ୩୦ଟି ଜିଲ୍ଲାରେ କାର୍ଯ୍ୟକାରୀ ହେବାକୁ ଥିବା ଦକ୍ଷତା ବିକାଶ ପାଇଁ ସୁଯୋଗ ଦିଆଯିବ । ନାଇଜର ପରିସରରେ ହେବ କ୍ୟାନ୍ସର ହସ୍ପିଟାଲ ।

ଟାଟା ମେମୋରିଆଲ ପକ୍ଷରୁ ପ୍ରତିଷ୍ଠା ହେବ କ୍ୟାନ୍ସର ହସ୍ପିଟାଲ । ଏହା ପାଇଁ ୪୮ ଦଶମିକ ୮୪୨ ଏକର ଜମି ପ୍ରଦାନ କରିବେ ସରକାର । ଅସ୍ତରଙ୍ଗ, ଗୋପ, କାକଟପୁର, ଡେଲାଙ୍ଗ, ପୁରୀ ସଦର ଓ ସତ୍ୟବାଦୀରେ ହେବ ପାନୀୟ ଜଳ ପ୍ରକଳ୍ପ । ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ସ୍ୱତନ୍ତ୍ର ଯୋଜନା କରାଯିବ । ସ୍ୱତନ୍ତ୍ର ଯୋଜନା ପାଇଁ କ୍ୟାବିନେଟରେ ଅର୍ଥ ମଂଜୁର କରାଯାଇଛି ।

Show More

Related Articles

Back to top button