ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ତଳଉପର ଦୈନିକ ସଂକ୍ରମଣ,ଦିନକରେ ୨୫କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ତଳଉପର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେଁ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ।

ଚିହ୍ନଟ ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ବରଗଡ଼ରୁ ୨, କଟକରୁ ୩ ଜଣ, କଳାହାଣ୍ଡିରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୧, ପୁରୀରୁ ୩, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୪ ଜଣ ଓ ଷ୍ଟେଟପୁଲରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

Show More

Related Articles

Back to top button