Breaking PLUSଓଡ଼ିଶାମୁଖ୍ୟ ଖବର

ଏବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ- ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର- ଏବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ । ଏନେଇ ରାଜ୍ୟ ଆଇନ ଓ ପୂର୍ତ୍ତ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଛାତ୍ର ସଂସଦ ନିର୍ବାଚନ ସେପ୍ଟେମ୍ବର ମାସର ପ୍ରଥମ ସପ୍ତାହରେ ଅନୁଷ୍ଠିତ ହୋଇଥାଏ। ହେଲେ ନୂଆ ସରକାର ଆସିବା ପରେ ଛାତ୍ର ସଂସଦ ନିର୍ବାଚନ କରିବାକୁ ପର୍ଯ୍ୟାପ୍ତ ସମୟ ମିଳିନାହିଁ। ନିର୍ବାଚନ ନେଇ ଏବର୍ଷ ସବୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ପ୍ରସ୍ତୁତି ହେବ। ଏବର୍ଷ ସମସ୍ତ ପ୍ରସ୍ତୁତି କରାଯାଇ ଆସନ୍ତା ବର୍ଷ ନିର୍ବାଚନ କରାଯିବାକୁ ନିଷ୍ପତ୍ତି ହୋଇସାରିଛି। ଆସନ୍ତା ବର୍ଷ 2005ରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

Show More

Related Articles

Back to top button