Breaking PLUSଓଡ଼ିଶାମୁଖ୍ୟ ଖବର
ମିଳିଲା ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର, 6 ମାର୍ଚ୍ଚ – ମିଳିଲା ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା । ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଆଜି ୨ ଲକ୍ଷ ୩୦ ହଜାରରୁ ଊର୍ଦ୍ଧ୍ବ ମହିଳାଙ୍କୁ ଟଙ୍କା ପଠାଯାଇଛି । ୮ ତାରିଖରେ ଗୋଟିଏ ପର୍ଯ୍ୟାୟରେ ସମସ୍ତଙ୍କୁ ମିଳିବ ସୁଭଦ୍ରା ୨ୟ କିସ୍ତି । ଗୋଟିଏ ଦିନରେ ୫ ହଜାର କୋଟି ପ୍ରଦାନ କରିବେ ସରକାର । ବ୍ରହ୍ମପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୨ୟ କିସ୍ତି ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତି ପରିଡା କହିଛନ୍ତି ।



