Breaking PLUSଅପରାଧଦେଶ ବିଦେଶମୁଖ୍ୟ ଖବର

ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ

 

ପାକିସ୍ତାନର ଖାଇବର ପଖତୁନଖ୍ଵା ପ୍ରଦେଶରେ ଗୁରୁବାର ବିଳମ୍ବିତ ରାତିରେ ଏକ ଭୟଙ୍କର ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ ଘଟିଛି। ଏହି ଆକ୍ରମଣରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ, ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ଓ ଜଣେ ଶିଶୁ ରହିଛନ୍ତି।

ପୋଲିସ ସୂଚନା ଅନୁଯାୟୀ, ବାନୁ ଜିଲ୍ଲାର ଡୋମେଲ ଅଞ୍ଚଳରେ ଥିବା ଏକ ପୋଲିସ ଷ୍ଟେସନକୁ ଟାର୍ଗେଟ୍ କରି ଆତ୍ମଘାତୀ ଆକ୍ରମଣ କରାଯାଇଥିଲା। ଜଣେ ଆତ୍ମଘାତୀ ଆକ୍ରମଣକାରୀ ବିସ୍ଫୋରକ ଭର୍ତ୍ତି କାର୍‌ଟିକୁ ପୋଲିସ ଷ୍ଟେସନ ସହ ଧକ୍କା ଦେଇଥିବାରୁ ଭୟଙ୍କର ବିସ୍ଫୋରଣ ଘଟିଥିଲା।

ବିସ୍ଫୋରଣର ତୀବ୍ରତା ଏତେ ଅଧିକ ଥିଲା ଯେ ଏହାର ଶବ୍ଦ ଦୂରଦୂରନ୍ତ ପର୍ଯ୍ୟନ୍ତ ଶୁଣାଯାଇଥିଲା ଏବଂ ଆଖପାଖର ଅନେକ ଘର କ୍ଷତିଗ୍ରସ୍ତ ହୋଇଛି। ଏହା ପରେ ସେଠାରେ ଗୁଳି ବିନିମୟ ମଧ୍ୟ ଘଟିଥିବା ସୂଚନା ମିଳିଛି, ଯାହାରେ ପରିସ୍ଥିତି ଅଧିକ ତିବ୍ର ହୋଇଯାଇଥିଲା।

ଏହି ଆକ୍ରମଣରେ ୪ ଜଣ ପୋଲିସ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରୁ ୫ଟି ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛନ୍ତି।

ଆହତ ପୋଲିସ କର୍ମଚାରୀମାନଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କର ପରିସ୍ଥିତି ସୃଷ୍ଟି ହୋଇଛି ଏବଂ ସୁରକ୍ଷା ବ୍ୟବସ୍ଥା କଠୋର କରାଯାଇଛି।

Show More

Related Articles

Back to top button