Breaking PLUSଅପରାଧଆଇନ କାନୁନଓଡ଼ିଶାମୁଖ୍ୟ ଖବର

ସୁପ୍ରିମକୋର୍ଟଙ୍କ ରାୟ : କ୍ଷମା ମାଗିବେ ନୂପୁର ଶର୍ମା

ନୂଆଦିଲ୍ଲୀ : ପ୍ରଫେଟ ମହମ୍ମଦଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିବା ବିଜେପିର ପୂର୍ବତନ ରାଷ୍ଟ୍ରୀୟ ମୁଖପାତ୍ର ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟଙ୍କ କଡା ଭର୍ତ୍ସନା । ସୁପ୍ରିମକୋର୍ଟଙ୍କ ରାୟ ନୂପୁର ଶର୍ମା ଟିଭି ସାମ୍ନାକୁ ଆସି ସମଗ୍ର ଦେଶବାସୀଙ୍କୁ କ୍ଷମା ମାଗନ୍ତୁ । ଏଥିସହ ଉଦୟପୁର ଘଟଣା ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ଦାୟୀ କରିଛନ୍ତି । ତାଙ୍କ ପାଇଁ ଏଭଳି ଘଟଣା ଘଟିଥିବା ସୁପ୍ରିମକୋର୍ଟ କହିଛନ୍ତି । ସୂଚନା ଥାଉକି, ଆଜି ନୂପୁର ଶର୍ମା ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ । ଭିନ୍ନ ଭିନ୍ନ ରାଜ୍ୟରେ ତାଙ୍କ ବିରୋଧରେ ଯେତିକି ବି ମାମଲା ରୁଜୁ ହୋଇଛି ସେ ସବୁକୁ ଟ୍ରାନ୍ସଫର କରିବା ପାଇଁ ସେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ନୁପୁର । ତାଙ୍କର ଏହି ଆବେଦନ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ତାଙ୍କ ଉପରେ ବର୍ଷିଛନ୍ତି । ସେ କହିଛନ୍ତି, ‘ତାଙ୍କ ମନ୍ତବ୍ୟ ସାରା ଦେଶରେ ଲୋକଙ୍କ ମନରେ ତୀବ୍ର ଉତ୍ତେଜନା ସୃଷ୍ଟି କରିଥିଲା । ଆଜି ଦେଶରେ ଯାହା ଘଟୁଛି ସେଥିପାଇଁ ନୂପୁର ଦାୟୀ ।

Show More

Related Articles

Back to top button