Breaking PLUSଓଡ଼ିଶାମୁଖ୍ୟ ଖବର
ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ- ସୁରେଶ ପୂଜାରୀ

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କପ୍ରତିକ୍ରିୟା ରଖିଛନ୍ତି । ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ ବୋଲି ସେ କହିଛନ୍ତି । ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ, ଆମେ ସବୁବେଳେ ପ୍ରସ୍ତୁତ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଛି । ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ । ସ୍ବାସ୍ଥ୍ୟ ବିଭାଗକୁ ସଜାଗ ରହିବାକୁ କୁହାଯାଇଛି । ପଶୁମାନଙ୍କ ସୁରକ୍ଷା ପାଇଁ ପଶୁ ସମ୍ପଦ ବିଭାଗକୁ ଆଲର୍ଟ କରାଯାଇଛି ।



