Breaking PLUSଦେଶମୁଖ୍ୟ ଖବର
ତାମିଲନାଡୁ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, 17 ମୃତ, ବଢିପାରେ ମୃତ୍ୟୁ ସଂଖ୍ୟା!

ଚେନ୍ନାଇ, 19 ଏପ୍ରିଲ- ତାମିଲନାଡୁର ବିରୁଧୁନଗର ଜିଲାରେ ଥିବା ଏକ ବାଣ ତିଆରି ୟୁନିଟରେ ଏକ ବଡ଼ ବିସ୍ଫୋରଣ ଘଟିଛି। ବାଣ କାରଖାନାରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣରେ ଏପର୍ଯ୍ୟନ୍ତ ୧୬ ଜଣ ପ୍ରାଣ ହରାଇଛନ୍ତି । ବର୍ତ୍ତମାନ ଘଟଣାସ୍ଥଳରେ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। କାରଖାନାରେ ହୋଇଥିବା ଏହି ଶକ୍ତିଶାଳୀ ବିସ୍ଫୋରଣ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା ଏବଂ ଅଧିକାରୀଙ୍କ ଅନୁସାରେ, ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି ।
ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ ଏହି ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ କଟ୍ଟାନାପଟ୍ଟିର ଏକ ବାଣ କାରଖାନାରେ ବିସ୍ଫୋରଣରେ ଅନେକ ଲୋକଙ୍କ ମୃତ୍ୟୁ ଖବର ପାଇ ଗଭୀର ଦୁଃଖିତ। ଏହି ଦୁଃଖଦ ଘଟଣା ପାଇଁ ଗଭୀର ଦୁଃଖିତ । ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଉଛି।


