Breaking PLUSଦେଶମୁଖ୍ୟ ଖବର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିବା ସୂଚନା ମିଳିଛି। ଫଳରେ ବିମାନଟି ଝାଡ଼ଖଣ୍ଡର ଦେଓଘର ବିମାନବନ୍ଦରରେ ଅଟକି ରହିଛି। ଏଥିଯୋଗୁ ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ବିଳମ୍ବିତ ହୋଇଥିବା ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ବିହାର ଗସ୍ତରେ ଯାଇଥିଲେ। ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମବାର୍ଷିକୀ ପାଳନ (ଜନଜାତୀୟ ଗୌରବ ଦିବସ) କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେଇଥିଲେ।

Show More

Related Articles

Back to top button