Breaking PLUSଓଡ଼ିଶାମୁଖ୍ୟ ଖବର
ଆସନ୍ତା ୩ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର, 26 ମାର୍ଚ୍ଚ -ଆସନ୍ତା ୩ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ବଢ଼ିବ ତାପମାତ୍ରା । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । କିଛି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଆଶଙ୍କା ରହିଛି । ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଆଶଙ୍କା ରହିଛି ।
ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, ମାଲକାନଗିରି, ରାୟଗଡ଼ା ରାୟ ଓ କୋରାପୁଟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା। ୨୭ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ।



