Breaking PLUSଓଡ଼ିଶାମୁଖ୍ୟ ଖବର

୧୪ରୁ ୧୬ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା

ଆସନ୍ତା ଅଗଷ୍ଟ ୧୪ରୁ ୧୬ ଭିତରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଗତ ବର୍ଷ ଅଗଷ୍ଟ ୨୧ରେ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଚଳିତ ବର୍ଷ ଏହା ସପ୍ତାହ ପୂର୍ବରୁ ଆରମ୍ଭ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ସେ କହିଛନ୍ତି ଯେ, ଏଥର ୫୫ହଜାରରୁ ଅଧିକ ସିଟ୍‌ ବୃଦ୍ଧି ପାଇଁ ଆବେଦନ ହୋଇଛି। ତେବେ ବିଜ୍ଞାନ ପାଇଁ ଲାବେରଟୋରୀ ସମସ୍ୟା ହୋଇପାରେ। ତେଣୁ ଏ ସବୁର ଭିତ୍ତିଭୂମି ଯାଞ୍ଚ ଚାଲିଛି।

ଗତକାଲି ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏ ନେଇ ବୈଠକ ବସିଥିଲା। ସେଲ୍ଫ ଫାଇନାନ୍ସିଂ କଲେଜର ଅଧିକ ଯାଞ୍ଚ ଚାଲିଛି। ସେମାନେ ଲାବେରଟୋରୀ ସୁବିଧା କେତେ ଯୋଗାଇ ପାରିବେ, ତାହାର ଅନୁଧ୍ୟାନ ଚାଲିଛି। ଆବେଦନ ପୂର୍ବରୁ କେତେ ସିଟ ବଢ଼ିଲା, SAMS websiteରେ ତଥ୍ୟ ଉପଲବ୍ଧ ହେବ।

Show More

Related Articles

Back to top button