Breaking PLUSଆଇନ କାନୁନମୁଖ୍ୟ ଖବର

ମେ ୧ରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଉଦ୍ୟାନ ବନ୍ଦ

୩ମାସ ପର୍ଯ୍ୟନ୍ତ କୌଣସି ପର୍ଯ୍ୟଟକ ଭିତରକନିକା ଭିତରକୁ ପ୍ରବେଶ କରିପାରିବେ ନାହିଁ ।

ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ବଉଳା କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ବନବିଭାଗ ପକ୍ଷରୁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ୩ମାସ ପର୍ଯ୍ୟନ୍ତ କୌଣସି ପର୍ଯ୍ୟଟକ ଭିତରକନିକା ଭିତରକୁ ପ୍ରବେଶ କରିପାରିବେ ନାହିଁ । ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ତିନିମାସ ଭିତରକନିକା ବନ୍ଦ ରହିଥାଏ । ଅନ୍ୟପଟେ ଭିତରକନିକା ସଲଗ୍ନ ନଦୀ କୂଳିଆ ଗ୍ରାମବାସୀ ମାନେ ସତର୍କତାର ସହିତ ନଦୀରେ ଚଳପ୍ରଚଳ ହେବା ପାଇଁ ରାଜନଗର ବନବିଭାଗ ଅଧିକାରୀ ସୂଚନା ଦେଇଛନ୍ତି ।

Show More

Related Articles

Back to top button