Breaking PLUSଓଡ଼ିଶାମୁଖ୍ୟ ଖବର
ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଗଞ୍ଜାମ ଖଲ୍ଲିକୋଟରେ ହୋଇଥିବା ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ। ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। ନିଜ ପ୍ରିୟଜନଙ୍କୁ ହରାଇଥିବା ପୀଡ଼ିତ ପରିବାରଙ୍କୁ ମୋର ଗଭୀର ସମବେଦନା।