ଓଡ଼ିଶାଦେଶମୁଖ୍ୟ ଖବରସ୍ୱତନ୍ତ୍ର

ରାଜ୍ୟରେ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମଞ୍ଜୁର କଲେ ୨୯.୩୬ କୋଟି ଟଙ୍କା

ଭୁବନେଶ୍ୱର : ରାଜ୍ୟରେ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କଲେ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୯୮ କୋଟି ଟଙ୍କା ବ୍ୟୟରେ ଅଧିକ ୫୫ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯାଉଛି । ଚଳିତ ଏପ୍ରିଲ ମାସରେ ପ୍ରଥମ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ। ବାତ୍ୟା ଓ ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହି ଆଶ୍ରୟସ୍ଥଳୀ ଗୁଡିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସୁଛି। ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଜରିଆରେ ଏହା ନିର୍ମାଣ କରାଯାଉଛି। ଏହା ମଧ୍ୟରେ ପ୍ରଥମ ପର୍ଯ୍ୟାୟ କାମରେ ଯଥେଷ୍ଟ ଅଗ୍ରଗତି ହୋଇଛି। ତେଣୁ ବର୍ତ୍ତମାନ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ଆଉ ୨୯କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହା ସହିତ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

Show More

Related Articles

Back to top button