
ପରଲୋକରେ ଦୁଃସାହସୀ ଯୁବ ସାମ୍ବାଦିକ ତଥା ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସ । ସେ ଜଣେ ସାହସୀ ଏବଂ ନିର୍ଭିକ ସମ୍ବାଦ ଦାତା ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୯ ବର୍ଷ ହୋଇଥିଲା । ଆଜି କଟକ ମୁଣ୍ଡଳିରେ ହୋଇଥିବା ବୋଟ୍ ଦୁର୍ଘଟଣାରେ ତାଙ୍କର ପରଲୋକ ହୋଇଯାଇଛି । ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଶୋକ ପ୍ରକାଶ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବ୍ୟକ୍ତ କରି ଟ୍ୱିଟ୍ କରି କହିଛନ୍ତି, ” କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି । “