ଦୁଇ ହଜାର ଉପରେ ରହିଛି ଦେଶର ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ୨,୧୧୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪ ମୃତ୍ୟୁ ରେକର୍ଡ କରାଯାଇଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୨୪ ହଜାର ଉପରେ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।
ନୂତନ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୪୦,୭୪୮ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୫୭ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୩ଜଣଙ୍କ ମୃତ୍ୟୁ ସାମିଲ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୮୭,୭୪୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୦୪୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୫%।