Breaking PLUSଓଡ଼ିଶାପାଣିପାଗ

ଆସୁଛି ବାତ୍ୟା : ୩ରୁ ବର୍ଷା , ୪ରେ ଉପକୂଳ ଛୁଇଁବ, ସ୍ପଷ୍ଟ କଲେ ଆଇଏମଡି ଡିଜି

ପାଖେଇ ଆସୁଛି ବାତ୍ୟା । ୪ ତାରିଖ ସକାଳେ ଉପକୂଳରେ ପହଞ୍ଚିବ ବାତ୍ୟା । ଏନେଇ ସ୍ପଷ୍ଟ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ଆଜି ପୂର୍ବାହ୍ନରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କାଳକ୍ରମେ ପଶ୍ଚିମ-ଉତ୍ତର ପଶ୍ଚିମ ଦେଇ ଗତିକରି ୨ ତାରିଖରେ ଡିପ୍ରେସନରେ ପରିଣତ ହେବ । ଆସନ୍ତା ୪ ତାରିଖ ସକାଳେ ବାତ୍ୟାରେ ପରିଣତ ହୋଇ ଉପକୂଳରେ ପହଞ୍ଚିବ । ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ । ୪ ତାରିଖରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ୩ ତାରିଖ ମଧ୍ୟରାତ୍ରରୁ ପବନ ବଢ଼ିବ । ଘଣ୍ଟା ପ୍ରତି ୪୫ରୁ ୫୦ କିମି ବେଗରେ ପବନ ବୋହିପାରେ । ୪ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ ବାତ୍ୟା । ଉପକୂଳରେ ପହଞ୍ଚିଲେ ବି ତୁରନ୍ତ ଉପକୂଳ ଅତିକ୍ରମ କରିବନାହିଁ ।

ଉପକୂଳରେ ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ ବାତ୍ୟା । ଏହାର ପ୍ରଭାବ ଉପକୂଳ ଓଡ଼ିଶାରେ ଅଧିକ ରହିବ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି । ୪ ତାରିଖରେ ପ୍ରବଳ ବର୍ଷା ହେବ ୫ରେ କିଛି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ଏବଂ ପରେ ଉତ୍ତର ଉପକୂଳରେ ବଢ଼ିବ ବର୍ଷା । ଅନ୍ୟପଟେ ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ୨ ତାରିଖ ସୁଦ୍ଧା ଫେରି ଆସିବାକୁ ଆଇଏମଡି ଡିଜି ପରାମର୍ଶ ଦେଇଛନ୍ତି ।

Show More

Related Articles

Back to top button