Breaking PLUSଓଡ଼ିଶାମୁଖ୍ୟ ଖବର

କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ବାତିଲ

ବହୁଚର୍ଚ୍ଚିତ କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ପ୍ରସଙ୍ଗରେ ଆଜି ଦିନ ସାଢେ଼ ୧୦ଟାରେ ଭୋଟିଂ ହେବାର ଥିଲା। ଏଥିପାଇଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଅଧ୍ୟକ୍ଷତା କରିବାକୁ ଥିବା ପିଏ ଆଇଟିଡିଏ, ମାଜିଷ୍ଟ୍ରେଟ ଦାୟିତ୍ବରେ ଥିବା କିର୍ମିରା ତହସିଲଦାର, ପୁଲିସ ଉପସ୍ଥିତ ହୋଇଥିଲେ। କିନ୍ତୁ ଦିନ ୧୧ଟା ଯାଏଁ କୌଣସି ସରପଞ୍ଚ, ସମିତି ସଭ୍ୟ ଉପସ୍ଥିତ ନହେବାରୁ ବୈଠକ ବାତିଲ କରାଯାଇଥିଲା ଓ ଭୋଟିଂ ପାଇଁ ଯାଇଥିବା ଅଧିକାରୀମାନେ ଫେରି ଯାଇଥିଲେ।

Show More

Related Articles

Back to top button