ଓଡ଼ିଶାସ୍ୱାସ୍ଥ୍ୟ

ହ୍ରାସ ପାଉଛି ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ କ୍ରମଶଃ ହ୍ରାସ ପାଉଛି ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୧୩ଜଣ ରହିଛନ୍ତି ।

ବର୍ତ୍ତମାନ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୨୪୪କୁ ବୃଦ୍ଧି ପାଇଛି ।

Show More

Related Articles

Back to top button