Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ବାଣ ଫୁଟାଇବା ପ୍ରସଙ୍ଗ: ଆଜି ହାଇକୋର୍ଟଙ୍କ ଆସିବ ରାୟ
ଏବର୍ଷ ଦୀପାବଳିରେ ଫୁଟିବ କି ବାଣ ? ଏନେଇ ଆଜି ଆସିବ ନିଷ୍ପତ୍ତି । ଆଜି ଦିନ ପ୍ରାୟ ୨ଟାରେ ମାମଲାର ଚୂଡ଼ାନ୍ତ ଶୁଣାଣି ସହ ରାୟ ପ୍ରକାଶ କରିବେ ହାଇକୋର୍ଟ । କରୋନା ସଂକ୍ରମଣ ଓ ପ୍ରଦୂଷଣକୁ ରୋକିବା ଲାଗି ପୂର୍ବରୁ ରାଜ୍ୟ ସରକାର ବାଣ ବିକ୍ରି ଓ ଫୁଟା ଉପରେ ନିଷେଧାଦେଶ ଜାରି କରିଥିଲେ ।
ତେବେ ସବୁଜ ବାଣ ବିକ୍ରିକୁ ଅନୁମତି ଦେବା ନେଇ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲା ବାଣ ବ୍ୟବସାୟୀ ସଂଘ । ହାଇକୋର୍ଟ ଗତ ଶୁକ୍ରବାର ଆବେଦନର ଶୁଣାଣି କରି ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରି ନିଷ୍ପତ୍ତି ଜଣାଇବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କୁ ନିର୍ଦ୍ଧେଶ ଦେଇଥିଲେ । ବାଣଫୁଟାକୁ ନେଇ ଏନ୍ଜିଟି ଗାଇଡଲାଇନ୍ସ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଧେଶାବଳୀ ଏବଂ କୋଭିଡ୍ ପ୍ରୋଟୋକଲ ତଥା ସଂକ୍ରମଣ ସ୍ଥିତିକୁ ନଜରରେ ରଖି ଏସଆରସି ବିଭିନ୍ନ ପକ୍ଷ ସହ ଆଲୋଚନା କରିଛନ୍ତି । ତେବେ ଆଜି ଏହି ମାମଲାର ଶୁଣାଣି ହେବ ।