Breaking PLUSଓଡ଼ିଶାମୁଖ୍ୟ ଖବର
ଥମୁନି ମୃତ୍ୟୁହାର, ରାଜ୍ୟରେ ଆଜି ଆଉ ୧୬ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ଆଜି ରାଜ୍ୟରେ ଆଉ ୧୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୦୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ରାଜ୍ୟରେ ଆଉ ୧୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୦୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଜପତି ଏବଂ କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେହିଭଳି ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି
ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୮୯ ହଜାର ୬୪୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୧୦ ହଜାର ୨୨୭ ଜଣ।ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୭ ହଜାର ୨୫୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୦୪ କୁ ବୃଦ୍ଧି ହୋଇଛି।