Breaking PLUSଜୀବନଚର୍ଯ୍ୟାଦେଶମୁଖ୍ୟ ଖବରସ୍ୱାସ୍ଥ୍ୟ
ଆସନ୍ତା କାଲି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ନେଇ ବଡ ଚିନ୍ତାରେ ଅଛନ୍ତି ସରକାର ।
ଭୁୁବନେଶ୍ୱର: ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ନେଇ ବଡ ଚିନ୍ତାରେ ଅଛନ୍ତି ସରକାର । ଏହାକୁ ଆଖି ଆଗରେ ରଖି ଆସନ୍ତା କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ସମୀକ୍ଷା ବୈଠକ କରିବେ । ରାଜ୍ୟ ଗୁଡ଼ିକର କରୋନା ସ୍ଥିତି ଉପରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । କରୋନାର ତୃତୀୟ ଲହରରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ମୁମ୍ବାଇ, ଦିଲ୍ଲୀ ଭଳି ବିଶାଳ ମହାନଗରୀ ଗୁଡ଼ିକରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ।
ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ସମସ୍ତ ମୁଖ୍ୟମନ୍ତ୍ରୀ ମାନଙ୍କ ସହ ଆଲୋଚନା କରିବେ । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏକ ପ୍ରେଜେଣ୍ଟେସନ ରଖିବେ । ମଧ୍ୟାହ୍ନ ୧୨ଟାରେ ଏହି ବୈଠକ ହେବ ବୋଲି ସ୍ଥିର କରାଯାଇଛି ।