Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟ କ୍ୟାବିନେଟ ବୈଠକରେ ୧୧ଟି ପ୍ରସ୍ତାବକୁ ମଞ୍ଜୁରୀ

ରାଜ୍ୟ କ୍ୟାବିନେଟ ବୈଠକରେ ୧୧ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଅନ୍ତୋଦୟ ଗୃହ ଯୋଜନାକୁ ମୋହର ମରାଯାଇଛି। ଏହି ଯୋଜନାରେ ରାଜ୍ୟ ସରକାର ୩ ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଯୋଗାଇଦେବେ। ହିତାଧିକାରୀଙ୍କୁ ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିବ। କୌଣସି ହିତାଧିକାରୀ ୪ ମାସରେ ଘର ସାରିଲେ ୨୦ ହଜାର ବୋନସ ଦେବେ ସରକାର। ସେହିପରି ୬ ମାସରେ ସାରିଲେ ୧୦ ହଜାର ଟଙ୍କା ବୋନସ ମିଳିବ। ରାଜ୍ୟ ସରକାର ଏହି ଯୋଜନାରେ ୭୫୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button