ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ବୃଦ୍ଧି ପାଉଛି ସଂକ୍ରଣ,୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି  ୪୨୮ ଜଣ କରୋନା ପଜିଟିଭ୍ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୭୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୬ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୯୧, ୯୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୦୫୩୨ଜଣ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button