ସେପ୍ଟେମ୍ବର ଓ ଅକ୍ଟୋବର ମାସ ବେଳକୁ ଆସିପାରେ କରୋନାର ତୃତୀୟ ଲହର
ସେପ୍ଟେମ୍ବର ଓ ଅକ୍ଟୋବର ମାସ ବେଳକୁ ତୃତୀୟ ଲହର ଆସିପାରେ। ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଛୁଆଙ୍କ ଚିକିତ୍ସା ଅନ୍ୟ ରୋଗୀଙ୍କ ଠାରୁ ଭିନ୍ନ ଥିବାରୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। କରୋନା ମହାମାରୀର ୨ୟ ଲହର ପ୍ରଭାବ ଓଡ଼ିଶା ସମେତ ସମଗ୍ର ଦେଶରୁ ଧୀରେ ଧରେ କମିବାରେ ଲାଗିଛି ।

ସେପ୍ଟେମ୍ବର ଓ ଅକ୍ଟୋବର ମାସ ବେଳକୁ ତୃତୀୟ ଲହର ଆସିପାରେ। ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଛୁଆଙ୍କ ଚିକିତ୍ସା ଅନ୍ୟ ରୋଗୀଙ୍କ ଠାରୁ ଭିନ୍ନ ଥିବାରୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। କରୋନା ମହାମାରୀର ୨ୟ ଲହର ପ୍ରଭାବ ଓଡ଼ିଶା ସମେତ ସମଗ୍ର ଦେଶରୁ ଧୀରେ ଧରେ କମିବାରେ ଲାଗିଛି । ତେବେ ତୃତୀୟ ଲହର ପାଇଁ ଚିନ୍ତା ମାଡି ଆସିଲାଣି। ଏଥିନେଇ ପ୍ରସ୍ତୁତି ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଫୋକସ କରିଛନ୍ତି।
ଏହି ପରିପ୍ରେକ୍ଷୀରେ ରାଜ୍ୟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ୱାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ ବୋଲି ସୂଚନା ମିଳିଛି। ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ ଆଇସୋଲେସନ୍ ବେଡ୍ ଓ ଆଇସିୟୁ ବେଡ୍ ପ୍ରସ୍ତୁତ ରଖାଯାଇଥିବା ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ଏପରିକି ଗଞ୍ଜମ ଜିଲ୍ଲାରେ ଘର ଘର ବୁଲି ପିଲାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କାମ ଆଜିଠୁ ଆରମ୍ଭ ହୋଇଯାଇଛି।


