Breaking PLUSଦୁର୍ଘଟଣାମୁଖ୍ୟ ଖବର
ଅଜଣା ଟ୍ରକ୍କକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭୁବେଶ୍ୱରରୁ ଭଞ୍ଜ ନଗର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସ୍ ଓଁ ଶାନ୍ତି ଟ୍ରାଭେଲ୍ସ ଅଜଣା ଟ୍ରକ୍କ ପଛପଟୁ ଧକ୍କା ଦେଇ ରାସ୍ତା କଡ଼ରେ ଥିବା ଅସ୍ଥାୟୀ ଘର ନିକଟରେ ପିଟିସନ ହୋଇଯାଇଥିଲା। ଦୁର୍ଘଟଣା ଯୋଗୁଁ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଉର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।ବସ୍ରେ ୪୦ରୁ ଅଧିକ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି । ସମସ୍ତ ଗୁରୁତରଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।