ଓଡ଼ିଶାପାଣିପାଗ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡ ସମ୍ଭାବନା ।  ପ୍ରଚଣ୍ଡ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପାଇଁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୧ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ସେହିପରି ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ  ପାଗ ଶୁଖିଲା ରହିବ ।

ସେପଟେ କେରଳ ଛୁଇଁସାରିଛି ମୌସୁମୀ । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଏହା ସଂପୂର୍ଣ୍ଣ କେରଳ ଛୁଇଁବ । ଜୁନ୍ ୧୦ରୁ ୧୨ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି ବୋଲି  । ସେହିପରି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ କାଳବୈଶାଖୀ ବର୍ଷା ଲାଗି ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି ।

 

Show More

Related Articles

Back to top button