ଜୀବନଚର୍ଯ୍ୟାରାଶିଫଳ

ଆଜିର ରାଶିଫଳ

କେମିତି କଟିବ ଆଜିର ଦିନ

🐏ମେଷ-ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |

🐮ବୃଷ-ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।

👩‍❤️‍👨ମିଥୁନ-ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।

🦀କର୍କଟ-ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |

🦁ସିଂହ-ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |

🙎‍♀️କନ୍ୟା-ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।

⚖️ତୁଳା-ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।

🦂ବିଛା-ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।

🏹ଧନୁ-ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।

🐊ମକର-ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |

🏺କୁମ୍ଭ-ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |

🐟ମୀନ-ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |

Show More

Related Articles

Back to top button