ଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟପୂଜା ପାର୍ବଣ
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି
ମାର୍ଗଶୀର ଶୁକ୍ଳ ଦ୍ଵାଦଶୀ ତିଥି

ଆଜି ବୁଧବାର ମାର୍ଗଶୀର ଶୁକ୍ଳ ଦ୍ଵାଦଶୀ ତିଥି । ଶ୍ରୀମନ୍ଦିରରେ ଶ୍ରୀଜିଉ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବାୟତ ମାନେ ବିଭିନ୍ନ ପ୍ରାକୃତିକ ରଙ୍ଗରେ ଶ୍ରୀଜିଉଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି କରିବେ ।
ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୪ ଟା ରୁ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭକ୍ତ ମାନେ ଏହି ସମୟରେ ଶ୍ରୀମନ୍ଦିର ଭିତରେ ଥିବା ପାର୍ଶ୍ବ ଦେବା ଦେବୀଙ୍କ ଦର୍ଶନ କରିବା ସହ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରିପାରିବେ ବୋଲି ଗତ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଯାଇଥିଲା ।