ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଥାଏ।ସେହିପରି ବଳରାମଙ୍କ ଡ଼ାହାଣ ହାତରେ ଶିଘାଂ ଓ ବାମ ହସ୍ତରେ ପଦ୍ମ ଫୁଲ ଥାଏ। କିରୀଟ ଉପରେ ସପ୍ତଫେଣିଆ ସର୍ପ ମଧ୍ୟ ବିରାଜମାନ କରିଥାନ୍ତି ।
ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଦିଥିବା ବେଳେ ଏହି ପାଗଦ୍ୱୟ କିରୀଟଯୁକ୍ତ ହୋଇଥାଏ। ରତ୍ନ ସିଂହାସନ ଉପରେ ଖଞ୍ଜା ଯାଇଥିବା ଏକ କ୍ଷୁଦ୍ର କାଷ୍ଠ ନିର୍ମିତ ତଥା ଜରି ଜମ୍ୱୁରାରେ ଆଛାଦିତ ସିଂହାସନରେ ଚକାମୁଣ୍ତି ପକାଇ ପ୍ରଭୁ ପଦ୍ମାସନରେ ଉପନିବଶ କରନ୍ତି। ବାଙ୍କଚୂଳ କିରୀଟ ଉପରେ ପତ୍ରଲଗା କଦମ୍ୱ ଫୁଲ ଶୋଭାପାଇଥାଏ।