
ଆଜି ଚିତାଲାଗି ଅମାବାସ୍ୟା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଆଜି ଲାଗି ହେବେ ବ୍ରହ୍ମଜ୍ୟୋତି ହୀରା ଚିତା। ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ଵାଡର ବାଡ଼ଗ୍ରାହୀ, ଓ ଅନ୍ୟାନ୍ୟ ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କୁ ଏହି ଅଳଙ୍କାର ଲାଗି କରିବେ।ଶ୍ରୀଜଗନ୍ନାଥଙ୍କୁ ସୁଭ୍ର ହୀରା ଖଚିତ ରତ୍ନଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା ଖଚିତ ରତ୍ନ ଚିତା ଲାଗି କରାଯିବ। ଚିତାଲାଗି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ସ୍ନାନପୂର୍ଣମୀ ଦିନ ମହାପ୍ରଭୁ ଅତ୍ୟଧିକ ସ୍ନାନ କରି ଜ୍ୱର ରୋଗରେ ପୀଡିତ ହୋଇ ଅଣସର ଘରେ ଥିଲେ।
ସେହି ସମୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଏହି ଚିତା ଗୁଡିକୁ କାଢି ନିଆ ଯାଇଥିଲା। ରଥଯାତ୍ରା ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା। ଆଜି ସେହି ସୋଲ ଚିତାକୁ କଢ଼ାଯାଇ ଅସଲ ଚିତା ଲାଗି କରାଯିବ।ତେବେ ଆଜି ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବ। ଶ୍ରୀଦେବୀ ଓ ଭୂଦେବୀ ରତ୍ନ ସିଂହାସନରୁ ଆସି ଖଟ ସେଜରେ ବିଜେ କରିବେ। ପୂର୍ବରୁ ସୁଦ୍ଧ ସୁଆରଙ୍କ ଦ୍ୱାରା ପ୍ରସ୍ତ୍ରୁତ ସ୍ଵର୍ଣ ଓଷ ଚିତାରେ ଲାଗି କରାଇବେ ଦଇତାପତି। ତେବେ କୋଭିଡ କଟକଣା ଯୋଗୁ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନରୁ ବଂଚିତ ହେବେ।