Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରଥମଥର ଓଡିଶା ଉପକୂଳରେ ଥିବା ୧୦ ଦ୍ଵୀପରେ ଉଡିଲା ପତାକା

ଆଜି ଦେଶବ୍ୟାପୀ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଛି।  ପ୍ରଥମଥର ଓଡିଶା ଉପକୂଳରେ ଥିବା ୧୦ ଦ୍ଵୀପରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ବାଲେଶ୍ବରର ସୁବର୍ଣ୍ଣ ଦ୍ବୀପ, ଭଦ୍ରକର ନୟାଟାପୁର, ଉଡ଼ାବାଲି, କନିକା ଦ୍ବୀପ, ଲଙ୍ଗ ହୁଇଲର ଦ୍ବୀପ, ସର୍ଟ ଆଇଲାଣ୍ଡ ଓ ସ୍ମଲ ହୁଇଲର ଦ୍ବୀପ , ଜଗତସିଂହପୁରର ବୋଇତରକୁଦ, ଜଟାଧାରୀ ତଣ୍ଡା, ବରକୁଦରେ ଉଡିଛି ତ୍ରିରଙ୍ଗା ।ପୂର୍ବରୁ କୋଷ୍ଟଗାର୍ଡ ପକ୍ଷରୁ ଜାଗା ଚିହ୍ନଟ କରାଯାଇଥିଲା । ଏନେଇ ରାଜ୍ୟ ଆରକ୍ଷୀ ମହାନିର୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ଶୁକ୍ରବାର ପୂର୍ବାହ୍ଣ ଭୁବନେଶ୍ୱରସ୍ଥିତ ଶାଖା କାର୍ଯ୍ୟାଳୟରେ ପୂର୍ବ ସମୁଦ୍ର ତଟର କୋଷ୍ଟଗାର୍ଡ କମାଣ୍ଡର ଏଡିଜି ଡନି ମିଚେଲ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।

Show More

Related Articles

Back to top button