
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ୫୫ ନମ୍ବର ଜାତୀୟ ରାଜପଥ ଉପରେ ଏକ ଟ୍ରକ ଧକ୍କାରେ ଦୁଇ ମଟର ସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ଏକ ବାଇକ୍ ଉପରେ କୋଇଲା ବୋଝେଇ ଟ୍ରକ ଚଢିଯିବାରୁ ଘଟଣାସ୍ଥଳରେ ବାଇକ୍ରେ ଥିବା ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ । ଘଟଣାସ୍ଥଳରୁ ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭରକୁ ସ୍ଥାନୀୟଲୋକେ କାବୁ କରି ଟ୍ରକ ସହ ଗୋବିନ୍ଦପୁର ଫାଣ୍ଡି ପୋଲିସର ଜିମା ଦେଇଛନ୍ତି । ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ସଦର ଥାନା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ଅବରୋଧ ହଟିଛି ।