Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି
ଆଜି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ

ରାଜ୍ୟରେ ନିର୍ବାଚନକୁ ଆଉ ମାତ୍ର ଦିନ କେଇଟା ବାକି ଥିବାବେଳେ ସବୁଠି ପ୍ରଚାରକୁ ଜୋରଦାର କରାଯାଉଛି। ଆଜି ନିର୍ବାଚନୀ ପ୍ରଚାର ପାଇଁ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ। ସୂଚନା ମୂତାବକ ସେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବେ। ପରେ ସ୍ଵତନ୍ତ୍ର ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ। ପୁରୀରେ ପହଞ୍ଚିବା ପରେ ମହାପ୍ରଭୂଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଅପରାହ୍ଣ ୩ଟା ୩୦ ମିନିଟରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ବିରାଟ ସମାବେଶକୁ ସମ୍ବୋଧିତ କରିବେ । ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଷ୍ଟାର କ୍ୟାମ୍ପେନର ନୀତିନ ଗଡକରୀ । ସେପଟେ ପ୍ରଚାର ପାଇଁ ଆଜି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ମଧ୍ୟ ଓଡିଶା ଗସ୍ତରେ ଆସୁଛନ୍ତି। ସେ ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।