Breaking PLUSଓଡ଼ିଶାମୁଖ୍ୟ ଖବର
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କର ପରଲୋକ

ଭୁବନେଶ୍ଵର: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କର ପରଲୋକ ଘଟିଛି। କିଛି ଦିନ ହେବ କୀଡନୀ ଜନିତ ସମସ୍ୟା ଯୋଗୁଁ ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ରତିକାନ୍ତ ମହାନ୍ତି ଦି ଏସିଆନ୍ ଏଜ୍, ଦିନଲିପି, ସ୍ୱରାଜ୍ୟ ଏବଂ ପର୍ଯ୍ୟବେକ୍ଷକ ଭଳି ଅନେକ ସମ୍ବାଦ ସଂସ୍ଥା ସହିତ କାମ କରିଥିଲେ। ତାଙ୍କ ବିୟୋଗରେ ଓଡିଶା ସାମ୍ବାଦିକ ଜଗତରେ ଶୋକର ଛାୟା ଖେଳି ଯାଇଛି ।



