Breaking PLUSଓଡ଼ିଶାଦେଶବ୍ୟକ୍ତିତ୍ୱମୁଖ୍ୟ ଖବରରାଜନୀତିସ୍ୱତନ୍ତ୍ର

୧୬ରେ ଭୁବନେଶ୍ୱର ଓ କଟକ ଆସିବେ ଉପରାଷ୍ଟ୍ରପତି

ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଆସନ୍ତା ୧୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଦିନିକିଆ ଗସ୍ତ ସମୟରେ ସେ ଭୁବନେଶ୍ୱର ଓ କଟକରେ ଦୁଇଟି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହେବେ। ଏନେଇ ତାଙ୍କର କାର୍ଯ୍ୟସୂଚୀ ଜାରି ହୋଇଛି।

କାର୍ଯ୍ୟସୂଚୀ ଅନୁସାରେ, ସକାଳ ୯ଟା ୧୫ରେ ସେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିବେ। ସେଠାରୁ ବିଧାନସଭା ସଦସ୍ୟଙ୍କ ପାଇଁ ଆୟୋଜିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଯାଇ ଏହାର ଶୁଭାରମ୍ଭ କରିବେ। ସକାଳ ୧୦ଟାରୁ ୧୧ଟା ୧୫ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ।

ଏହାପରେ ୧୧ଟା ୨୫ରେ ସଡ଼କ ପଥରେ କଟକ ଅଭିମୁଖେ ଯାତ୍ରା କରିବେ। ସେଠାରେ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟର ନୂତନ ଆଇକନିକ୍‌ ଟାୱାରକୁ ଉଦ୍‌ଘାଟନ କରିବେ। ଏହି କାର୍ଯ୍ୟକ୍ରମ ପରେ ଅପରାହ୍ନ ୨ଟା ୫ରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଫେରିବେ ଉପରାଷ୍ଟ୍ରପତି। ତାଙ୍କ ଗସ୍ତ ପାଇଁ ଉଭୟ ସହରରେ ପ୍ରଶାସନିକ ପ୍ରସ୍ତୁତି ଜୋରଦାର ହୋଇଛି।

Show More

Related Articles

Back to top button