ଓଡ଼ିଶାପାଣିପାଗ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ଖରାରେ ସିଝୁଛି ଓଡିଶା । ମୌସୁମୀ ଦୂର୍ବଳ ଯୋଗୁଁ ରାଜ୍ୟରେ ଗରମ ଓ ଗୁଳୁଗୁଳି ବଢୁଛି । ତେବେ ଏହି ସ୍ଥିତି ଆଉ ତିନି ଦିନ ପର୍ଯ୍ୟନ୍ତ ଜାରି ରହିବ । ଏନେଇପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ।ଏଥିପାଇଁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ନିମ୍ନ ଲିଖିତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନାଗିରି, କୋରାପୁଟ୍‌, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଏବଂ ସୋନପୁର ଇତ୍ୟାଦି ରହିଛି। ଏହି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ବର୍ଷା ଯୋଗୁଁ ମୌସୁମୀ ସକ୍ରିୟ ହେବା ନେଇ ଆକଳନ କରଯାଉଛି। ଅଗଷ୍ଟ ୧ରୁ ସେପ୍ଟେମ୍ବର ୧ ଯାଏଁ ରାଜ୍ୟରେ ସ୍ୱାଭାବିକ ବର୍ଷା ହୋଇଛି। ୬ ଜିଲ୍ଲାରେ ସ୍ୱାଭାବିକରୁ ଅଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛ।

 

Show More

Related Articles

Back to top button