Breaking PLUSଅପରାଧଓଡ଼ିଶାମୁଖ୍ୟ ଖବର
ସିଡିଏରେ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଫେରାର

କଟକ: କଟକ ସହରର ସିଡିଏ ସେକ୍ଟର-୧୩ ଅଞ୍ଚଳରେ ମହିଳାଙ୍କୁ ହତ୍ୟାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ଏକ ବନ୍ଦ ଘର ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ପଥରରେ ଛେଚି ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ଭାବେ ସନ୍ଦେହ କରୁଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି। ତେବେ ମୃତ ମହିଳାଙ୍କ ପରିଚୟ ଏଯାଏ ସ୍ପଷ୍ଟ ହୋଇନଥିବା ବେଳେ ସେ କେଉଁଠାର ବାସିନ୍ଦା ଏବଂ କେଉଁ ପରିସ୍ଥିତିରେ ଉକ୍ତ ଘରକୁ ଆସିଥିଲେ, ତାହା ଜଣାପଡ଼ିନାହିଁ। ହତ୍ୟା ପଛର କାରଣ ମଧ୍ୟ ଅସ୍ପଷ୍ଟ ରହିଛି।
ଘଟଣା ପରେ ଅଭିଯୁକ୍ତ ଫେରାର ଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ମିଳିଥିବା ପ୍ରମାଣ ଆଧାରରେ ପୋଲିସ ତଦନ୍ତ ଚଳାଇଥିବା ବେଳେ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଜାରି ରହିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ପରେ ମୃତ୍ୟୁର ପ୍ରକୃତ କାରଣ ଓ ଆଘାତ ସମ୍ପର୍କରେ ସ୍ପଷ୍ଟ ତଥ୍ୟ ମିଳିବ।



