
ବର୍ତ୍ତମାନ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଅଞ୍ଚଳରେ ଉପରେ ଅବସ୍ଥିତ ରହିଛି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଓଡିଶାର ବିଭିନ୍ନ ଜିଲ୍ଲାଗୁଡିକରେ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି । ୨୬ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୨ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।
ୟେଲୋୱାର୍ଣ୍ଣିଂ ଜାରି ହୋଇଥିବା ୧୨ଟି ଜିଲ୍ଲା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଂଜ ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ଓ ବଜ୍ରପାତ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।
ସେହିପରିି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାରର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।