ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ପାଣିପାଗ ବିଭାଗର ସୂଚନା ଅନୁସାରେ, ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ୧୧ ଟି ଜିଲ୍ଲାରେ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୁବର୍ଣ୍ଣପୁର, ଦେବଗଡ଼ ଓ ସୁନ୍ଦରଗଡ଼।
ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସଂପୃକ୍ତ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସଆରସି ପ୍ରଦୀପ ଜେନା ପରାମର୍ଶ ଦେଇଛନ୍ତି ।