Breaking PLUSଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

କାଳବୈଶାଖୀ ଓ ବଜ୍ରପାତକୁ ନେଇ ୮ ଜିଲ୍ଲାକୁ ୟଲୋ ଓ୍ୱାର୍ଣ୍ଣିଂ ଜାରି

ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତି ୫ଦିନ ପାଇଁ କାଳବୈଶାଖୀ ଓ ବଜ୍ରପାତ ନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା କରାଯାଇଛି।  ଆସନ୍ତା ଏପ୍ରିଲ ୧୪ରୁ ୧୫ ତାରିଖ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଆଦି ଜିଲ୍ଲାର କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି। ସେହିପରି ଏପ୍ରିଲ ୧୫ରୁ ୧୬ ତାରିଖ ପାଇଁ ୯ ଜିଲ୍ଲାକୁ କାଳବୈଶାଖୀ ଓ ବଜ୍ରପାତ ନେଇ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୯ ଜିଲ୍ଲା ଗୁଡିକ ହେଲେ କେନ୍ଦୁଝର, ମୟୁରଭଞ୍ଜ, ପୁରୀ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଗଜପତି, ଗଞ୍ଜାମ , କୋରାପୁଟ ଓ ମାଲକାନଗିରି । ସହିପରି ୧୬ ଓ ୧୭ ତାରଖ ପାଇଁ ମୟୁରଭଞ୍ଜ, କନ୍ଧମାଳ, ରାୟଗଡ଼ା , ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାକୁ କାଳବୈଶାଖୀ ଓ ବଜ୍ରପାତକୁ ନେଇ ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରିକରାଯାଇଛି ।

Show More

Related Articles

Back to top button